ଆନନ୍ଦପୁର : ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ବାଲିପାଳର ପୂର୍ବତନ ସରପଞ୍ଚ ଓ ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର । କୂଅ ଭିତରୁ ଉଭୟଙ୍କ ମୃତଦେହ ଉଦ୍ଧାର କଲା ସୋସୋ ଥାନା ପୋଲିସ । ମୃତ୍ୟୁର କାରଣ ଅସ୍ପଷ୍ଟ, ହତ୍ୟା ସନେ୍ଦହରେ ଥାନାରେ ଏତଲା । ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ. ବାଲିପାଳ ପଂଚାୟତର ସରପଞ୍ଚ ଥିଲେ। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଦୁଇ ଜଣଙ୍କୁ ହତ୍ୟା କରି କୂଅ ଭିତରେ ପକାଇ ଦେଇଥିବା ସନ୍ଦେହ କରାଯାଉଛି। ଗତକାଲି ଗାଁଲୋକେ ଘରକୁ ଯାଇ କବାଟ ବାଡେଇ ଥିଲେ ମଧ୍ୟ କେହି ଶୁଣିନଥିଲେ। ଏହାପରେ ବାଡିରେ ରକ୍ତ ଛିଟା ପଡିଥିବା ଦେଖିବାକୁ ପାଇଥିଲେ। ଏନେଇ ସୋସୋ ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରୁ ୨ଟି ମୃତଦେହ ଉଦ୍ଧାର କରିଥିଲା। ଏନେଇ ନିରଞ୍ଜନଙ୍କ ପୁତୁରା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଉଦ୍ଧାର କରି ଅଧିକ ତଦନ୍ତ ଜାରି ରଖିଛି। ତେବେ କିଏ ଓ କାହିଁକି ଦୁଇ ଜଣଙ୍କୁ ହତ୍ୟା କଲା ସେନେଇ କାରଣ ଅସ୍ପଷ୍ଟ ରହିଛି।
ପୂର୍ବତନ ସରପଞ୍ଚ ଓ ସ୍ୱାମୀଙ୍କୁ ହତ୍ୟା !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











