The Ultimate Managed Hosting Platform
ADVERTISEMENT

ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

Facebook
Twitter
LinkedIn

କଳାହାଣ୍ଡି : ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଗୀତା ଭବନ ଚିର୍କା ଯିବା କେନାଲ ରାସ୍ତା ପାଖରେ ଥିବା ପୋଖରୀରୁ ମୃତଦେହ ଉଦ୍ଧାର ହୋଇଛି । ବକ ଜଣକ ଜୟପାଟଣା ବ୍ଲକ ପଡାର ସିତରାମ ନାଏକଙ୍କ ପୁଅ ପ୍ରମୋଦ ନାଏକ ବୋଲି ଜଣାପଡ଼ିଛି। ପରିବାର ପକ୍ଷରୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ଅଭିଯୋଗ ହୋଇଛି। ପରିବାର ଲୋକଙ୍କ କହିବା ମୁତାବକ ଗତକାଲି ରାତିରେ କେହି ଜଣେ ଫୋନ କରି ଡାକିଥିଲୋ। କିନ୍ତୁ ସକାଳୁ ଏକ ନିଛାଟିଆ ପୋଖରୀରୁ ତାଙ୍କର ମୃତଦେହକୁ ଉଦ୍ଧାର କରାଯାଇଥିଲା। ପରିବାର ଲୋକଙ୍କ କହିବା ମୁତାବକ ପୂର୍ବରୁ ଧନୁଯାତ୍ରାରେ କିଛି ଲୋକଙ୍କ ସହ ଝଗଡା ହୋଇଥିଲା। ସେହି ଝଗଡାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ତୁରନ୍ତ ଦୋଷୀ ବିରୋଧରେ କାର୍ୟ୍ୟନୁଷ୍ଠାନ ଗ୍ରହଣ କରିବାକୁ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login