The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୌର ନିର୍ବାଚନ :୧୯୫ ପ୍ଲାଟୁନ ଫୋର୍ସ ଜଗିବେ, ସଂଧ୍ୟା ୫ଟା ଯାଏଁ ପଡିବ ଭୋଟ୍‌

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୪ରେ ପୌର ନିର୍ବାଚନ । ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସରିବ ପ୍ରଚାର । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସେଥିମଧ୍ୟରୁ ବିଏମ୍‌ସି ପାଇଁ ୩୦, ସିଏମ୍‌ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ରାଜ୍ୟ ନିର୍ବାଚନ କମିସନର ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୌର ନିର୍ବାଚନ ପାଇଁ ମୋଟ ୩୦୦ ମୋବାଇଲ୍ ପାର୍ଟି ରହିବେ । ସେଥିମଧ୍ୟରୁ ୧୦୯ଟି ପାର୍ଟି ତିନୋଟି ମହାନଗର ନିଗମରେ ରହିବେ । ୪୩୭୩ ବୁଥରେ ୪୦ ଲକ୍ଷ ୫୫ ହଜାର ୫୩ ଜଣ ମତଦାତା ନିଜର ମତଦାନ ସାବ୍ୟସ୍ତ କରିବେ । ସମୁଦାୟ ୫୮ ଟି ୱାର୍ଡ ରେ ନିର୍ଦ୍ୱନ୍ଦରେ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି । ତେବେ ମଙ୍ଗଳବାର ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର । ପ୍ରତି ବୁଥରେ ଜଣେ ଲେଖାଏଁ କନେଷ୍ଟବଲ କିମ୍ବା ହାବିଲଦାର କିମ୍ବା ଆର୍ମି ଫୋର୍ସ ରହିବେ । କ୍ଲଷ୍ଟର ବୁଥରେ ଜଣେ ପୋଲିସ ଅଫିସର ସହ ୱାନ ଫୋରଥ ଫୋର୍ସ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ୫ ଟି ସ୍ଥାନରେ ବଡ଼ର ସିଲି ପଏଣ୍ଟ ରହିବ । ସେହିପରି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ମୋଟ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟି ରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login