ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପାସ୍ ହାର ୮୮.୩୯ % ରହିଛି । results.cbse.gov.in କୁ ଯାଇ ପିଲାମାନେ ରେଜଲ୍ଟ ଚେକ୍ କରିପାରିବେ । ପୁଅଙ୍କ ତୁଳନାରେ ବାଜି ମାରିଲେ ଝିଅ । ଛାତ୍ରୀଙ୍କ ପାସ୍ ହାର- ୯୧.୬୪%, ଛାତ୍ରଙ୍କ ପାସ୍ ହାର-୮୫.୭୦% । ଭୁବନେଶ୍ବର କ୍ଷେତ୍ରରେ ୮୩.୬୪% ରହିଛି ପାସ୍ ହାର । ଡିଜି ଲକର, IVRS ଓ SMSରେ ଦେଖି ହେବ ରେଜଲ୍ଟ ।
ପିଲାମାନେ ସେମାନଙ୍କର ରୋଲ୍ ନମ୍ବର, ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ । ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ନିମ୍ନଲିଖିତ ଲିଙ୍କରେ ଚେକ୍ କରିପାରିବେ ।
ଚଳିତବର୍ଷ ସିବିଏସଇ ପରୀକ୍ଷା ୪୨ ଲକ୍ଷରୁ ଅଧିକ ଛାତ୍ର ଦେଇଛନ୍ତି । ଏଥିରେ ୨୪.୧୨ ଲକ୍ଷ ୧୦ମ ପରୀକ୍ଷା ଏବଂ ୧୨ଶ ୧୭.୮୮ ଲକ୍ଷ ଛାତ୍ରଛାତ୍ରୀ ଦେଇଛନ୍ତି । ସିବିଏସ୍ଇ ଦଶମ ପରୀକ୍ଷା ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ରେ ଶେଷ ହୋଇଥିଲା ।
ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











