The Ultimate Managed Hosting Platform
ADVERTISEMENT

ପ୍ରଥମ ଥର ଓଡିଶାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଥମ ଥର ଓଡିଶାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ । ଆସନ୍ତା ଜାନୁଆରୀ ୮ ତାରିଖରୁ ୧୦ ଯାଏଁ ୩ ଦିନଧରି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଟିତ ହେବ । ଏଥିପାଇଁ ଉତ୍ସବ ଆୟୋଜନ ସ୍ଥଳ ଜନତା ମଇଦାନରେ ଭୂମିପୂଜନ କରାଯାଇଛି । ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ। ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଥିଲେ ।ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରଧାନମନ୍ତ୍ରୀ ମଧ୍ୟ ଏହି କାର୍ୟ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ବ ଆରୋପ କରୁଛନ୍ତି ।ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟ ସ୍ତରର ହେବା ଆବଶ୍ୟକ ବୋଲି ସେ କହିଥିଲେ । ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login