ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ୟ୍ୟ କରିବ ବୋଲି ମୁଁ ଆଶା କରୁଛି ।
Views: 135