ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍ । ଅଧିନାୟକ ହର୍ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ମହିଳା କ୍ରିକେଟ ଟିମର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତାଙ୍କ ବାସଭବନରେ ଭେଟିଛନ୍ତି । ବିଶ୍ୱବିଜେତା ଦଳକୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଭବିଷ୍ୟତ ଯୋଜନା ନେଇ ଆଲୋଚନା କରିଥିଲେ । ୫୨ ବର୍ଷର ମହିଳା କ୍ରିକେଟ୍ ବିଶ୍ବକପ୍ ଇତିହାସରେ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇ ଇତିହାସ ରଚିଛି ଟିମ ଇଣ୍ଡିଆ । ୨୦୦୫ ଫାଇନାଲ୍ ରେ ଅଷ୍ଟ୍ରେଲିଆଠାରୁ ଏବଂ ୨୦୧୭ ଫାଇନାଲ୍ ରେ ଇଂଲଣ୍ଡଠାରୁ ହାରି ରନର୍ସଅପ୍ ହୋଇଥିବା ଭାରତୀୟ ଦଳ ତୃତୀୟ ଥର ଫାଇନାଲ୍ ଖେଳି ପ୍ରଥମ ଥର ବିଶ୍ବ ବିଜେତା ହୋଇଛି ।
Views: 54











