The Ultimate Managed Hosting Platform
ADVERTISEMENT

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଶୁଭାଂଶୁ ଶୁକ୍ଲା

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଶୁଭାଂଶୁ । ମୋଦିଙ୍କୁ ଭେଟିବା ପରେ ଏବଂ ଆଇଏସଏସରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫକୁ ଦେଇଥିଲେ ଶୁଭାଂଶୁ । ପ୍ରଥମେ ମୋଦି ଶୁଭାଂଶୁଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିବା ସହିତ ତାଙ୍କ କାନ୍ଧରେ ହାତ ରଖି ତାଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ସମୟରେ ଶୁଭାଂଶୁ ପ୍ରଧାନମନ୍ତ୍ରୀଙ୍କୁ ଆକ୍ସିୟମ-୪ ମିଶନ ପ୍ୟାଚ୍ ଦେଇଥିଲେ ଏବଂ ଆଇଏସଏସରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫ୍ ମଧ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ଉଭୟଙ୍କ ସାକ୍ଷାତକାରର ଏକ ପୋଷ୍ଟ ସେୟାର କରି କହିଛନ୍ତି, ‘‘ଶୁଭାଂଶୁ ଶୁକ୍ଳାଙ୍କ ସହ ଏକ ଭଲ ଆଲୋଚନା ହୋଇଥିଲା । ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ । ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ ” ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login