କଲମ୍ବୋ : ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିଶାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିତ୍ର ବିଭୂଷଣ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିଶାନାୟକେ ଦ୍ୱିପାକ୍ଷିକ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭୂମିକା ପାଇଁ ‘ମିତ୍ର ବିଭୂଷଣ’ ପୁରସ୍କାରରେ ସମ୍ମାନିତ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଭାଷଣରେ ଶ୍ରୀଲଙ୍କା ଏବଂ ଭାରତ ମଧ୍ୟରେ ସମ୍ପର୍କର ଗଭୀରତା ବିଷୟରେ କହିଥିଲେ । ସେ କହିଥିଲେ ଯେ ଶ୍ରୀଲଙ୍କା କେବଳ ଏକ ପଡ଼ୋଶୀ ଦେଶ ନୁହେଁ ବରଂ ଭାରତର ବିଶ୍ୱସ୍ତ ବନ୍ଧୁ ମଧ୍ୟ । ସେ କହିଥିଲେ ଯେ ଭାରତ ପ୍ରତ୍ୟେକ କଷ୍ଟକର ସମୟରେ ଶ୍ରୀଲଙ୍କା ସହିତ ଛିଡା ହୋଇଛି । ଭବିଷ୍ୟତରେ ମଧ୍ୟ ଜାରି ରଖିବ । ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଓ ଦୁଇ ଦେଶର ସହଭାଗୀ ସାଂସ୍କୃତିକ ଆଧ୍ୟାତ୍ମିକ ଐତିହ୍ୟର ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀଙ୍କ ଅସାଧାରଣ ପ୍ରୟାସକୁ ସ୍ୱୀକୃତି ସ୍ୱରୂପ ଶ୍ରୀଲଙ୍କା ସରକାର ତାଙ୍କୁ ମିତ୍ର ବିଭୂଷଣ ପଦକ ପ୍ରଦାନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିତ୍ର ବିଭୂଷଣ ସମ୍ମାନରେ ସମ୍ମାନିତ କଲେ ଶ୍ରୀଲଙ୍କା ରାଷ୍ଟ୍ରପତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











