ଭୁବନେଶ୍ୱର : ପ୍ରବଳ ବର୍ଷାରେ ଭିଜୁଛି ଟ୍ୱିନ ସିଟି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା । ରାଜଧାନୀରେ ସକାଳୁ ସକାଳୁ ବର୍ଷା । ଅନ୍ଧାର ଘୋଟି ବର୍ଷା ସାଙ୍ଗକୁ ପବନ ହୋଇଛି । ଗତକାଲି ରାତିରେ ମଧ୍ୟ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ । ପଶ୍ଚିମା ଝଡ଼ ପ୍ରଭାବରେ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇଛି । ବର୍ଷା ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ ।
ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲାରେ ୭ ସେଣ୍ଟିମିଟରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ସେହିପରି ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତାକାଲି ପୁଣି ଏକ ପଶ୍ଚିମା ଝଡ଼ ସମ୍ଭାବନା ରହିଛି ।
ପ୍ରବଳ ବର୍ଷାରେ ଭିଜୁଛି ଟ୍ୱିନ ସିଟି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











