ଭୁବନେଶ୍ୱର : ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ । ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ଭାବେ ମଧ୍ୟ ପରିଚିତ । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଡ. ସୁବାସ ପାଣିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ସାହିତ୍ୟ, ଶାସନ ଓ କଳାକ୍ଷେତ୍ରରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ। ଶୋକସନ୍ତପ୍ତ ପରିବାକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।
Views: 6