ଭୁବନେଶ୍ୱର : ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ । ପେଟ୍ରୋଲ ପମ୍ପ ସଂଘ ସହ ବୈଠକରେ ପରେ ଯୋଗାଣ ମନ୍ତ୍ରୀଙ୍କ ସୂଚନା । ବାହାରେ ବିକ୍ରି ହେଲେ ଚଢାଉ କରି କାର୍ଯ୍ୟାନୁଷ୍ଠାନ ହେବ । ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ । କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି । ମଙ୍ଗଳବାର ଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ । ଏ ନେଇ ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଦଶ ଜାରି ହୋଇଛି କହିଲେ । ପେଟ୍ରୋଲ ପମ୍ପ ସଙ୍ଘ ଓ ଯୋଗାଣ ମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । ଅଧିକାରୀଙ୍କ ନିର୍ଦ୍ଦେଶ ବାହାରେ ବିନା ଲାଇସେନ୍ସରେ ପେଟ୍ରୋଲ ବିକ୍ରି କଲେ ବ୍ୟବସାୟୀଙ୍କ ଲାଇସେନ୍ସ ବାତିଲ କରାଯିବ ।
ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଜୀବନ ହାରିବା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ଵର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାକୁ ନେଇ ସାରା ରାଜ୍ୟରେ ଚହଳ ପଡିଥିଲା । ରାଜନୀତି ଚରମରେ ପହଞ୍ଚିଥିଲା । କିଏ ପେଟ୍ରୋଲ ନେଇ ପୀଡ଼ିତାଙ୍କୁ ଦେଲା । ପେଟ୍ରୋଲ ପମ୍ପରୁ କିଏ ଖୋଲାରେ ପେଟ୍ରୋଲ ଦେଲା ତାକୁ ନେଇ ଅନେକ ପ୍ରଶ୍ନ ଲାଗି ରହିଛି । ସ୍ଥିତିକୁ ଦେଖି ଏବେ ରାଜ୍ୟ ସରକାରଙ୍କ ସହ ପେଟ୍ରୋଲ ପମ୍ପ ସଂଘ ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି ।
ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ମନା : ମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











