ନୟାଗଡ : ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର । ପଞ୍ଚରିଡା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି । ବାରମାସୀ ଦଣ୍ଡା ସ୍ଥିତ ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର । ମୃତଦେହକୁ ଟାଉନ ଥାନା ପୋଲିସ ଉଦ୍ଧାର କରିଛି । ତେବେ ଶିଶିର ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଛନ୍ତି ନା ତାଙ୍କୁ କେହି ହତ୍ୟା କରିବା ପରେ ପୋଡ଼ିଥିବା ସନ୍ଦେହ ଘେରରେ ରହିଛି । ସୂଚନା ଅନୁସାରେ ବିଳମ୍ବିତ ରାତିରେ ଶିଶିର, ପତ୍ନୀ ନମିତା ଓ ପୁଅ ଘରେ ଥିବା ବେଳେ ହଠାତ୍ ଘରୁ ନିଆଁ ବାହାରିଥିଲା । ଶିଶିରଙ୍କ ସ୍ତ୍ରୀ ଘରୁ ବାହାରି ଚିତ୍କାର କରି ଘରେ ନିଆଁ ଲାଗିଯାଇଥିବା କହିଥିଲେ । ଉଦ୍ଧାର କରିବା ପାଇଁ ଯାଇ ଶିଶିରଙ୍କ ସ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ପୁଅର କୌଣସି କ୍ଷତି ହୋଇ ନାହିଁ । ନିଆଁ ଲାଗି ଘରେ ଥିବା ସ୍କୁଟି ସହ ଅନେକ ଆସବାବପତ୍ର ପୋଡ଼ି ଯାଇଛି। ଖବର ପାଇ ନୟାଗଡ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାରୁ ଶିଶିରଙ୍କ ମୃତ୍ୟୁ ନେଇ ନାନା ସନ୍ଦେହ ସୃଷ୍ଟି ହୋଇଛି ।
ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











