The Ultimate Managed Hosting Platform
ADVERTISEMENT

ଫୁଲୁଛି ସୁବର୍ଣ୍ଣରେଖା ନଦୀ

Facebook
Twitter
LinkedIn

ଜଳେଶ୍ୱର : ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର । ରାଜଘାଟଠାରେ ବିପଦ ସଂକେତ ୧୦.୩୬ ମି ରହିଥିବା ବେଳେ ଜଳସ୍ତର ୧୦.୪୮ମିରେ ପ୍ରବାହିତ ହେଉଛି । ବସ୍ତା, ବାଲିଆପାଳ, ଜଳେଶ୍ୱର ଓ ଭୋଗରାଇ ଅଂଚଳ ପ୍ରଭାବିତ । ସୁବର୍ଣ୍ଣରେଖା ନଦୀରେ ଚଳିତ ବର୍ଷ ଆସିଛି ଷଷ୍ଠ ବନ୍ୟା । ଝାଡ଼ଖଣ୍ଡର ଗାଲୁଡିହ ବ୍ୟାରେଜରୁ ୫ ହଜାର କ୍ୟୁସେକ ପାଣି ଛଡାଯାଇଥିବାରୁ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଲଘୁଚାପ ପ୍ରଭାବରେ ଝାଡ଼ଖଣ୍ଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ନଦୀର ଗାଲୁଡିହ ବ୍ୟାରେଜରୁ ପାଣି ଛଡା ଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ରାଜଘାଟ ନିକଟରେ ବନ୍ୟା ଜଳ ଅତିକ୍ରମ କରିବ ବୋଲି ଅନୁମାନ କରାଯାଇଛି । ତେଣୁ ବାଲିଆପାଳ ଓ ଭୋଗରାଇ ଅଞ୍ଚଳରେ ବନ୍ୟା ହେବ ବୋଲି ଆଶଙ୍କା କରାଯାଉଛି ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତାକାଲି ଆଉ ଏକ ଲଘୁଚାପ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ଉତ୍ତର ଓଡିଶା ଓ ତତସଂଲଗ୍ନ ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଉପରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତାର ପାଶ୍ୱବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login