ଭୁବନେଶ୍ୱର : କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ଆସିଲେ ସୁର ରାଉତରାୟ । ସୁର ରାଉତରାୟଙ୍କ ଉପରୁ ନିଲମ୍ବନ ହଟାଇବା ପରେ ଘର ବାହୁଡା । ସୁରଙ୍କ ସହ ବଡ ପୁଅ ସିଦ୍ଧାର୍ଥ ରାଉତରାୟ ମଧ୍ୟ ଉପସ୍ଥିତ । ଘର ବାହୁଡା ପରେ ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ । କଂଗ୍ରେସ ଅଧ୍ୟକ୍ଷ ଓ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଲେ । ଯୁବ କଂଗ୍ରେସକୁ ବିଶେଷ ଧନ୍ୟବାଦ ଜଣାଇଲେ ସୁର । ଗତ ସାଧାରଣ ନିର୍ବାଚନ ବେଳେ ଦଳ ବିରୋଧୀ କାର୍ୟ୍ୟ ପାଇଁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଥିଲେ ସୁର। ଗତକାଲି କଂଗ୍ରେସର ନିଲମ୍ବିତ କିମ୍ବା ବହିଷ୍କୃତ ନେତାଙ୍କ ଉପରୁ ଆଦେଶ ହଟିଥିଲା । ପିସିସି ସଭାପତି ଭକ୍ତଚରଣ ଦାସ ନିଲମ୍ବନ -ବହିଷ୍କୃତ ଆଦେଶକୁ ହଟାଇଥିଲେ । ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବିତ କିମ୍ବା ବହିଷ୍କୃତ ହୋଇଛନ୍ତି ସେମାନଙ୍କ ଉପରୁ ଆଦେଶ ପ୍ରତ୍ୟାହାର କରାଯାଇଛି । ଏହାସହ ଯେଉଁମାନେ କୌଣସି କାରଣରୁ ଦଳ ଛାଡ଼ିଛନ୍ତି ସେମାନଙ୍କୁ ମଧ୍ୟ କଂଗ୍ରେସକୁ ଫେରିଆସିବାକୁ ନିବେଦନ କରାଯାଇଛି । ପୂର୍ବରୁ ସୁର ୬ଥର ଜଟଣୀରୁ ବିଧାୟକ ହୋଇଥିବା ବେଳେ ବହୁ ଥର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।
ଫେରିଲେ ସୁର , କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ପଶିଲେ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











