The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ପୁଣି ଦୁଇ ଦିନ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜିଠୁ ପୁଣି ଦୁଇ ଦିନ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଁଚିବ । ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବାଦଲ ଆଚ୍ଛାଦନରେ ବୃଦ୍ଧି ଘଟିଛି । ପ୍ରଭାବରେ ଆଜି ଓ କାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ଗଞ୍ଜାମ,ଗଜପତି,ରାୟଗଡ଼ା,ପୁରୀ,କଟକ, ଜଗତସିଂହପୁର, ମାଲକାନାଗିରି,କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । କାଲି କମିବ ବର୍ଷାର ପରିମାଣ। ବର୍ତ୍ତମାନ ରାଜ୍ୟରେ ଶୀତ ଲହରୀ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login