The Ultimate Managed Hosting Platform
ADVERTISEMENT

ବଙ୍ଗୋସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଏହାର ପ୍ରଭାବ ନେଇ କିଛି ସ୍ପଷ୍ଟ ହୋଇନି

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ଦକ୍ଷିଣ ପଶ୍ଚିମ ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବ ନେଇ ସେପରି କିଛି ସ୍ପଷ୍ଟ ହୋଇନି । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ୨୭ ମେ’ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ । ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତି ଜିଲ୍ଲା ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login