ଭୁବନେଶ୍ୱର : ରାଜ୍ୟ ବଜେଟରେ ସୁଭଦ୍ରା ଯୋଜନାକୁ ଗୁରୁତ୍ୱ । ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ କୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧୀନରେ ୧ ଶହ ୫୩ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି । ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସରକାର ମହିଳା ସଶକ୍ତିକରଣ ପାଇଁ ଐତିହାସିକ ଓ ପଥପ୍ରଦର୍ଶକ ସୁଭଦ୍ରା ଯୋଜନାକୁ ସଫଳତାର ସହ କାର୍ୟ୍ୟକାରୀ କରିଛନ୍ତି । ଏହା ଓଡିଶା ଇତିହାସର ସବୁଠାରୁ ବଡ ଯୋଜନା ଏବଂ ଓଡିଶା ବିକାଶ କାହାଣୀକୁ ପୁନଃଲିଖିତ କରିବା ପାଇଁ ଆମର ପ୍ରତିବଦ୍ଧତା ପ୍ରମାଣ , ଯେଉଁଥିରେ ମହିଳାମାନେ କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ଆମ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ମଧ୍ୟରେ ୫୦ ହଜାର ଟଙ୍କା ଦେବୁ । ପ୍ରଥମଥର ପାଇଁ ୧ କୋଟି ୭ଲକ୍ଷରୁ ଅଧିକ ମହିଳା ନିଜ ନାମରେ ଏକ ଯୋଜନା ପାଇଁ ଆବେଦନ କରିବାକୁ ଘରୁ ବାହାରିଛନ୍ତି । ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ କୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧିନରେ ୧ ଶହ ୫୩ କୋଟିର ପ୍ରସ୍ତାବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ବଜେଟ ୨୦୨୫ : ସୁଭଦ୍ରା ଯୋଜନାକୁ ଗୁରୁତ୍ୱ, ସୁଭଦ୍ରା ପାଇଁ ୧୦ ହଜାର ୧୪୫ କୋଟି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











