The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଡ ବର୍ଷାରେ ଭିଜିବ ଦଶହରା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ଓ ୩ ତାରିଖ ସକାଳ ଯାଏଁ ବଡ ବର୍ଷା ସମ୍ଭାବନା । ବଡ ବର୍ଷା ସହ ପବନର ସମ୍ଭାବନା । ଫିକା ପଡିବ ଦଶହରା । ୧୨ ଘଣ୍ଟାରେ ଅବପାତର ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆସନ୍ତାକାଲି ସକାଳେ ଆହୁରି ଘନୀଭୂତ ହେବ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୩ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଆସନ୍ତାକାଲି ୭ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ବର୍ଷା ଲାଗି ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login