ଭୁବନେଶ୍ୱର : ଆସନ୍ତାକାଲି ଓ ୩ ତାରିଖ ସକାଳ ଯାଏଁ ବଡ ବର୍ଷା ସମ୍ଭାବନା । ବଡ ବର୍ଷା ସହ ପବନର ସମ୍ଭାବନା । ଫିକା ପଡିବ ଦଶହରା । ୧୨ ଘଣ୍ଟାରେ ଅବପାତର ରୂପ ନେବ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆସନ୍ତାକାଲି ସକାଳେ ଆହୁରି ଘନୀଭୂତ ହେବ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୩ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଆସନ୍ତାକାଲି ୭ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ବର୍ଷା ଲାଗି ରହିବ ।
ବଡ ବର୍ଷାରେ ଭିଜିବ ଦଶହରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











