ଭୁବନେଶ୍ୱର : ଆଶାକର୍ମୀ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ ଦଶମିକ ୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଏହାଦ୍ବାରା ରାଜ୍ୟର ୪୯ ହଜାର ୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮ଦଶମିକ ୫୭ କୋଟି ଟଙ୍କା ଖର୍ଚ୍ଚ କରିବେ ।
Views: 76











