The Ultimate Managed Hosting Platform
ADVERTISEMENT

ବଢିଲା ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ସୁରକ୍ଷା

Facebook
Twitter
LinkedIn

ନୂଆଦିଲ୍ଲୀ : ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସୁରକ୍ଷା ବଢିଲା । ଅତିରିକ୍ତ ବୁଲେଟପ୍ରୁଫ ଗାଡି ସହ ବଢିଲା ଜୟଶଙ୍କରଙ୍କ ସୁରକ୍ଷା । ଜୟଶଙ୍କରଙ୍କୁ ବର୍ତ୍ତମାନ ଜେଡ୍ କ୍ୟାଟାଗୋରି ସୁରକ୍ଷା ମିଳୁଛି । କାରଣ ବିଦେଶ ମନ୍ତ୍ରୀ ଜୟଶଙ୍କର ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଏହି ସୁରକ୍ଷାରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରପିଏଫ) ଯବାନ ସାମିଲ ରହିଛନ୍ତି । ଗତବର୍ଷ ତାଙ୍କ ସୁରକ୍ଷା ୱାଇରୁ ବଢାଇ ଜେଡ୍ କରାଯାଇଥିଲା । ଏହାପରେ ସିଆରପିଏଫ ଏସ ଜୟଶଙ୍କରଙ୍କ ସୁରକ୍ଷା ଦାୟିତ୍ବ ଦିଲ୍ଲୀ ପୋଲିସ ଠାରୁ ନେଇଥିଲା । ଅପରେସନ ସିନ୍ଦୂର ପରେ, ପାକିସ୍ତାନ ଭାରତର ଅନେକ ସ୍ଥାନରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା । ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସ୍ ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଥିଲେ । ତା’ପରେ ଭାରତ ଅପରେସନ ସିନ୍ଦୂର ମାଧ୍ୟମରେ ପ୍ରତିଶୋଧ ନେଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login