The Ultimate Managed Hosting Platform
ADVERTISEMENT

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାଁ

Facebook
Twitter
LinkedIn

କଳାହାଣ୍ଡି : ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାଁ । କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login