ଭୁବନେଶ୍ୱର :ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଭୁବନେଶ୍ୱର – ଶିରିଡ଼ି – ନାସିକ ଟ୍ରେନର ଶୁଭାରମ୍ଭ ହୋଇଛି । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାରୁ ୮ଶହ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ଯାଉଛନ୍ତି । ଚଳିତ ବର୍ଷ ପର୍ୟ୍ୟାୟକ୍ରମେ ମୋଟ ୧୦ଟି ଟ୍ରିପରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚଳିତ ବର୍ଷ ୮ ହଜାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାରେ ଯିବେ ।ପ୍ରତି ଟ୍ରିପରେ ୮ଶହ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାରେ ଯିବେ । ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ମାଧ୍ୟମରେ ଶିରିଡ଼ି, ନାସିକ, କାମାକ୍ଷା, ବାରଣାସୀ, କୋଲକାତା ଦକ୍ଷିଣ କାଳୀ ମନ୍ଦିର, ଅଯୋଧ୍ୟା ଆଦି ୧୦ଟି ତୀର୍ଥ ସ୍ଥାନ ବୁଲିବେ ରାଜ୍ୟର ବରିଷ୍ଠ ନାଗରିକ । ଗାଁରୁ ଷ୍ଟେସନ ଓ ରେଳ ଷ୍ଟେସନରୁ ତୀର୍ଥ ସ୍ଥାନ ପର୍ୟ୍ୟନ୍ତ ଯାତାୟାତ, ରହିବା ଖାଇବା ପାଇଁ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଯାତ୍ରା ବେଳେ ସରକାରଙ୍କ ପକ୍ଷରୁ ଗାଇଡ ଓ ଏସ୍କର୍ଟ ଟିମ୍ ସୁବିଧା ତୀର୍ଥଯାତ୍ରୀଙ୍କୁ ଯୋଗାଇ ଦିଆଯିବ । ଅନ୍ତଦ୍ୟୋୟ, ରାସନ କାର୍ଡ, ମନରେଗା କାର୍ଡ ଭଳି ଆର୍ଥିକ ଅନଗ୍ରସର ପ୍ରମାଣପତ୍ର ଦେଇ ଆବେଦନ ମାଧ୍ୟମରେ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରା ସୁବିଧା ପାଇପାରିବେ ।
ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର , ଭୁବନେଶ୍ୱର-ଶିରିଡି-ନାସିକ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











