ଭୁବନେଶ୍ୱର : ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି । ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଏସଆରସିଙ୍କ ନିଦେ୍ର୍ଦଶ । ଆଜି ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଲେ । ବଜ୍ରପାତ ଅଘଟଣ ଏଡାଇବାକୁ ଲୋକଙ୍କୁ ସଚେତନ କରିବାକୁ କହିଲେ । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିଦେ୍ର୍ଦଶ । ଲୋକମାନେ ପାଣିପାଗ ଉପରେ ନଜର ରଖିବା ସହ ବିଜୁଳି, ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ରହିଛି । ଯଦି ବର୍ଷା, ବିଜୁଳି, ଘଡ଼ଘଡ଼ି କିମ୍ବା କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ଘଟିଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଅନ୍ୟପଟେ ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଆଜିଠାରୁ ଜୁନ ୧ ତାରିଖ ପର୍ୟ୍ୟନ୍ତ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।
ବର୍ଷା ନେଇ ଏସଆରସିଙ୍କ ସତର୍କତା, ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିଦେ୍ର୍ଦଶ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











