ଭୁବନେଶ୍ୱର ; ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ସାମିଲ ହୋଇପାରନ୍ତି । ମୁଖ୍ୟମନ୍ତ୍ରୀ ପିଏମଓ ସହ ଯୋଗାଯୋଗରେ ଅଛନ୍ତି କହିଲେ ରାଜସ୍ୱ ମନ୍ତ୍ରୀ । ବର୍ଷ ପୂର୍ତ୍ତିକୁ ଉତ୍ସବ ନୁହେଁ , ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳିବୁ । ରାଜ୍ୟରେ ଜୁନି ୧୨ରୁ ୧୯ ଯାଏ ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ । ଜିଲ୍ଲାଠୁ ନେଇ ବ୍ଲକ , ପଞ୍ଚାୟତ , ପୈାରସଂସ୍ଥାରେ କାର୍ଯ୍ୟକ୍ରମ କରାଯିବ । ବର୍ଷକରେ ୧୧ ନିର୍ବାଚନ ପ୍ରତିଶ୍ରୁତି ପୂରଣ ହୋଇଛି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଣ୍ରୁତି ପୂରଣ କରାଯାଇଛି। ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା।
ବର୍ଷ ପୂର୍ତ୍ତିକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











