ଭୁବନେଶ୍ୱର : ପୁରୀ ବଳଙ୍ଗା ପୀଡିତା ନିଜେ ନିଜ ଉପରେ କିରାସିନି ଢାଳି ନିଆଁ ଲଗାଇଥିଲେ । ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଏମ୍ସରେ ଚିକିତ୍ସା ବେଳେ ମୃତ୍ୟୁକାଳୀନ ଜମାନବନ୍ଦୀରେ ଏହା କହିଥିଲେ । ଦିଲ୍ଲୀ କୋର୍ଟ ଓ ଏମ୍ସ ଡାକ୍ତରଙ୍କ ଦ୍ୱାରା ବୟାନ ରେକର୍ଡ ବେଳେ କହିଥିଲେ ପୀଡିତା । କ ଅନନ୍ତ ନାରାୟଣ ଜେନା ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ । ବିଧାୟକ ପ୍ରଶ୍ନ କରିଥିଲେ ଯେ, ବଳଙ୍ଗା ପୀଡ଼ିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ଅଛି ବୋଲି ପୀଡ଼ିତା ବୟାନ ଦେଇଥିଲେ କି? ନା ଅନ୍ୟ କେହି ସାକ୍ଷୀ ନଥିବା ଜାଣି ପୁଲିସ ପ୍ରକୃତ ଅପରାଧୀକୁ ସୁରକ୍ଷା ଦେବାକୁ ଚେଷ୍ଟା କରିଥିଲା?
ଏ ସମ୍ପର୍କରେ ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ, ଜୁଲାଇ ୧୯ ତାରିଖରେ ପୁରୀ ବଳଙ୍ଗା ଥାନାରେ ପୀଡି଼ତାଙ୍କ ମାଆ ଅଭିଯୋଗ କରିଥିଲେ ଯେ, କିଛି ଅଜଣ ଲୋକ ତାଙ୍କ ଝିଅକୁ ବଳପୂର୍ବକ ନଦୀ କୂଳକୁ ନେଇ କିରୋସିନି ଏବଂ ପେଟ୍ରୋଲ ଢାଳି ହତ୍ୟା କରିବାକୁ ଚେଷ୍ଟା କରିଥିଲେ । ଏହି ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା । ପରେ ପରେ ପୀଡ଼ିତାଙ୍କ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ପଠାଇ ଦିଆଯାଇଥିଲା । ଦିଲ୍ଲୀ ଏମ୍ସରେ ୧୪ ଦିନ କାଳ ଚିକିତ୍ସା ଚାଲିଥିବାବେଳେ, ପୀଡ଼ିତା ଜଣକ ଆଖି ବୁଜିଥିଲେ । ତେବେ ଆଖି ବୁଜିବା ପୂର୍ବରୁ ପୀଡ଼ିତାଙ୍କ ଜମାନବନ୍ଦୀ ଲିପିବଦ୍ଧ କରାଯାଇତିଲା । ଯେଉଁଥିରେ ସେ ନିଜେ ନିଜ ଉପରେ କିରୋସିନି ଢାଳି ନିଆଁ ଲଗାଇଥିବା କହିଥିଲେ । ଯାହା ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
‘ବଳଙ୍ଗା ପୀଡିତା ନିଜେ ପୋଡି ହୋଇଥିଲେ’ ; ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











