ଭୁବନେଶ୍ୱର : ପୁରୀ ବଳଙ୍ଗା ପୀଡିତା ନିଜେ ନିଜ ଉପରେ କିରାସିନି ଢାଳି ନିଆଁ ଲଗାଇଥିଲେ । ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଏମ୍ସରେ ଚିକିତ୍ସା ବେଳେ ମୃତ୍ୟୁକାଳୀନ ଜମାନବନ୍ଦୀରେ ଏହା କହିଥିଲେ । ଦିଲ୍ଲୀ କୋର୍ଟ ଓ ଏମ୍ସ ଡାକ୍ତରଙ୍କ ଦ୍ୱାରା ବୟାନ ରେକର୍ଡ ବେଳେ କହିଥିଲେ ପୀଡିତା । କ ଅନନ୍ତ ନାରାୟଣ ଜେନା ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ । ବିଧାୟକ ପ୍ରଶ୍ନ କରିଥିଲେ ଯେ, ବଳଙ୍ଗା ପୀଡ଼ିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ଅଛି ବୋଲି ପୀଡ଼ିତା ବୟାନ ଦେଇଥିଲେ କି? ନା ଅନ୍ୟ କେହି ସାକ୍ଷୀ ନଥିବା ଜାଣି ପୁଲିସ ପ୍ରକୃତ ଅପରାଧୀକୁ ସୁରକ୍ଷା ଦେବାକୁ ଚେଷ୍ଟା କରିଥିଲା?
ଏ ସମ୍ପର୍କରେ ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ, ଜୁଲାଇ ୧୯ ତାରିଖରେ ପୁରୀ ବଳଙ୍ଗା ଥାନାରେ ପୀଡି଼ତାଙ୍କ ମାଆ ଅଭିଯୋଗ କରିଥିଲେ ଯେ, କିଛି ଅଜଣ ଲୋକ ତାଙ୍କ ଝିଅକୁ ବଳପୂର୍ବକ ନଦୀ କୂଳକୁ ନେଇ କିରୋସିନି ଏବଂ ପେଟ୍ରୋଲ ଢାଳି ହତ୍ୟା କରିବାକୁ ଚେଷ୍ଟା କରିଥିଲେ । ଏହି ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା । ପରେ ପରେ ପୀଡ଼ିତାଙ୍କ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ପଠାଇ ଦିଆଯାଇଥିଲା । ଦିଲ୍ଲୀ ଏମ୍ସରେ ୧୪ ଦିନ କାଳ ଚିକିତ୍ସା ଚାଲିଥିବାବେଳେ, ପୀଡ଼ିତା ଜଣକ ଆଖି ବୁଜିଥିଲେ । ତେବେ ଆଖି ବୁଜିବା ପୂର୍ବରୁ ପୀଡ଼ିତାଙ୍କ ଜମାନବନ୍ଦୀ ଲିପିବଦ୍ଧ କରାଯାଇତିଲା । ଯେଉଁଥିରେ ସେ ନିଜେ ନିଜ ଉପରେ କିରୋସିନି ଢାଳି ନିଆଁ ଲଗାଇଥିବା କହିଥିଲେ । ଯାହା ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
‘ବଳଙ୍ଗା ପୀଡିତା ନିଜେ ପୋଡି ହୋଇଥିଲେ’ ; ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











