ପିପିଲି : ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା । ପିପିଲି-ଜଟଣୀ ରାସ୍ତାର କାକୁଡିଆ ଠାରେ ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଉଦ୍ଧାର ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବସରେ ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ରାସ୍ତା ଅବରୋଧ ଲାଗି ରହିଥିଲା । ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ରାସ୍ତା ଅବରୋଧ ନିୟନ୍ତ୍ରଣ କରିଛି ।
Views: 34