ବାଂଲାଦେଶ : ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ କଲେ ବାଂଲାଦେଶ କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ହୋଇଥିଲା ମାମଲା । ରାଜଧାନୀ ଢାକା ସମେତ ସମଗ୍ର ବାଂଲାଦେଶରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ହାଇଆଲର୍ଟରେ ରହିଛି ପୂରା ଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ୍ଙ୍କ ରାୟ ପୂର୍ବରୁ ଦେଶରେ ଜାରି ହୋଇଥିଲା ହାଇଆଲର୍ଟ । ଏଠାରେ ସ୍ପଷ୍ଟ ଭାବରେ କହିରଖୁଛୁ କି, ୨୦୨୪ ମସିହା ଜୁଲାଇ ମାସରେ ସରକାରୀ ଚାକିରିରେ ଥିବା କୋଟା ବ୍ୟବସ୍ଥାର ସଂସ୍କାର ଦାବିରେ ଛାତ୍ରମାନେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଆରମ୍ଭ କରିଥିଲେ । କିନ୍ତୁ ଏହି ଆନ୍ଦୋଳନ ଏକ ବଡ଼ ଜନ ଆନ୍ଦୋଳନର ରୂପ ନେଇଥିଲା, ଯେଉଁଥିରେ ଶେଖ ହସିନାଙ୍କ ଇସ୍ତଫା ଦାବି କରାଯାଇଥିଲା । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରିଥିଲେ । ଜାତିସଂଘର ତଦନ୍ତକାରୀଙ୍କ ଅନୁଯାୟୀ, ଏହି ହିଂସାରେ ପ୍ରାୟ ୧,୪୦୦ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିଲା । ୫ ଅଗଷ୍ଟ ୨୦୨୪ ରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡି ଭାରତ ପଳାଇଆସିଥିଲେ । ଏହାପରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଏକ ଅନ୍ତରୀଣ ସରକାର ଗଠନ କରାଯାଇଥିଲା ।
ବାଂଲାଦେଶ କୋର୍ଟଙ୍କ ବଡ ରାୟ ; ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











