The Ultimate Managed Hosting Platform
ADVERTISEMENT

ବାଟରେ ଆମ୍ବୁଲାନ୍ସ ଖରାପ , ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ବ୍ରହ୍ମପୁର : ବାଟରେ ଖରାପ ହୋଇଗଲା ଆମ୍ବୁଲାନ୍ସ । ଯୁବକଙ୍କର ଚାଲିଗଲା ଜୀବନ । ପେଟରେ କ୍ରିକେଟ ବଲ ବାଡିବା ପରେ ମେଡିକାଲ ଯାଉଥିଲେ ଯୁବକ । ବ୍ରହ୍ମପୁର ଯିବା ବାଟରେ ଖଲ୍ଲିକୋଟ ଘାଟିରେ ଖରାପ ହେଲା ଆମ୍ବୁଲାନ୍ସ । ତକାଲି ଅପରାହ୍ନ ୪ଟା ସମୟରେ ଖଲ୍ଲିକୋଟ ବିରିପୁର ଅଞ୍ଚଳର ଶଙ୍କର ମହାରଣା ନିକଟସ୍ଥ ଏକ ପଡ଼ିଆରେ କ୍ରିକେଟ ଖେଳ ଦେଖୁଥିବା ବେଳେ ତାଙ୍କର ପେଟକୁ ବଲ ବାଜିଥିଲା। ଗୁରୁତର ଭାବେ ଶଙ୍କରଙ୍କୁ ପ୍ରଥମେ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଖଲ୍ଲିକୋଟ ମେଡିକାଲକୁ ନେଇ ଆସିଥିଲେ ପରିବାର ଲୋକେ। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର ଲାଗି ଡାକ୍ତର କହିଥିଲେ।୧୦୮ ଆମ୍ବୁଲାନ୍ସ ଯୋଗେ ରାତି ପ୍ରାୟ ୧୧ଟା ସମୟରେ ରୋଗୀଙ୍କୁ ନେଇ ଖଲ୍ଲିକୋଟରୁ ବ୍ରହ୍ମପୁର ଏମକେସିଜି ମେଡିକାଲ ଅଭିମୁଖେ ସମ୍ପର୍କୀୟ ବାହାରିଥିଲେ। ଖଲ୍ଲିକୋଟରୁ ବାହାରି ଘାଟି ମଝିରେ ୧୦୮ ଆମ୍ବୁଲାନ୍ସ ଖରାପ ହୋଇଯାଇଥିଲା। ଦୀର୍ଘ ତିନି ଘଣ୍ଟା ପରେ ଆଉ ଏକ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଥିଲା। ରାତି ୪ଟାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଶଙ୍କରଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆମ୍ବୁଲାନ୍ସ ଖରାପ ହେବାରୁ ମେଡିକାଲ ପହଞ୍ଚିବାରେ ବିଳମ୍ବ ହେବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login