ବ୍ରହ୍ମପୁର : ବାଟରେ ଖରାପ ହୋଇଗଲା ଆମ୍ବୁଲାନ୍ସ । ଯୁବକଙ୍କର ଚାଲିଗଲା ଜୀବନ । ପେଟରେ କ୍ରିକେଟ ବଲ ବାଡିବା ପରେ ମେଡିକାଲ ଯାଉଥିଲେ ଯୁବକ । ବ୍ରହ୍ମପୁର ଯିବା ବାଟରେ ଖଲ୍ଲିକୋଟ ଘାଟିରେ ଖରାପ ହେଲା ଆମ୍ବୁଲାନ୍ସ । ତକାଲି ଅପରାହ୍ନ ୪ଟା ସମୟରେ ଖଲ୍ଲିକୋଟ ବିରିପୁର ଅଞ୍ଚଳର ଶଙ୍କର ମହାରଣା ନିକଟସ୍ଥ ଏକ ପଡ଼ିଆରେ କ୍ରିକେଟ ଖେଳ ଦେଖୁଥିବା ବେଳେ ତାଙ୍କର ପେଟକୁ ବଲ ବାଜିଥିଲା। ଗୁରୁତର ଭାବେ ଶଙ୍କରଙ୍କୁ ପ୍ରଥମେ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଖଲ୍ଲିକୋଟ ମେଡିକାଲକୁ ନେଇ ଆସିଥିଲେ ପରିବାର ଲୋକେ। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର ଲାଗି ଡାକ୍ତର କହିଥିଲେ।୧୦୮ ଆମ୍ବୁଲାନ୍ସ ଯୋଗେ ରାତି ପ୍ରାୟ ୧୧ଟା ସମୟରେ ରୋଗୀଙ୍କୁ ନେଇ ଖଲ୍ଲିକୋଟରୁ ବ୍ରହ୍ମପୁର ଏମକେସିଜି ମେଡିକାଲ ଅଭିମୁଖେ ସମ୍ପର୍କୀୟ ବାହାରିଥିଲେ। ଖଲ୍ଲିକୋଟରୁ ବାହାରି ଘାଟି ମଝିରେ ୧୦୮ ଆମ୍ବୁଲାନ୍ସ ଖରାପ ହୋଇଯାଇଥିଲା। ଦୀର୍ଘ ତିନି ଘଣ୍ଟା ପରେ ଆଉ ଏକ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଥିଲା। ରାତି ୪ଟାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଶଙ୍କରଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆମ୍ବୁଲାନ୍ସ ଖରାପ ହେବାରୁ ମେଡିକାଲ ପହଞ୍ଚିବାରେ ବିଳମ୍ବ ହେବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ବାଟରେ ଆମ୍ବୁଲାନ୍ସ ଖରାପ , ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











