The Ultimate Managed Hosting Platform
ADVERTISEMENT

ବାଣ ବିସ୍ଫୋରଣ , ୨ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଭଦ୍ରକ : ବାଣ ଗୋଦାମରେ ବିସ୍ଫୋରଣ । ମୃତ୍ୟୁ ସଂଖ୍ୟା ୨ କୁ ବୃଦ୍ଧି । କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ଚାଲିଗଲା ଜୀବନ । ୭ ଆହତଙ୍କ ମଧ୍ୟରୁ କଟକ ସ୍ଥାନାନ୍ତର ହୋଇଥିଲେ ୨ ଗୁରୁତର । ଭଦ୍ରକ-ଚାନ୍ଦବାଲି ରାସ୍ତା ହଳଦୀଡିହରେ ବାଣ ବିସ୍ଫୋରଣ । ସୂଚନା ଅନୁସାରେ ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହରେ ଆଜି ଏକ ବାଣ ଗୋଦାମରେ କାମ ଚାଲିଥିଲା। ଏଠାରେ କାର୍ୟ୍ୟରତ ଲୋକେ ବାଣ ଭୁଡୁଥିଲେ। କୌଣସି କାରଣରୁ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ୭ ଜଣ ଲୋକ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରୁ ଏସ୍କେ ମୁସାରଫ୍ ଓ ରାତୋ ବିବିଙ୍କ ଅବସ୍ଥା ଗୁରୁତର ଥିଲା। ଉଭୟଙ୍କୁ ଚିକିତ୍ସା ପାଇଁ କଟକ ବଡ଼ଡ଼ାକ୍ତରଖାନା ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଆହତମାନଙ୍କର ଚିକିତ୍ସା ଜାରି ରହିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ। ପୁଲିସ ଏକ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ପଚରାଉଚୁରା କରୁଛି। ବାଣ କାରଖାନାର ଲାଇସେନ୍ସ ଥିଲା କି ଏହା ବେଆଇନ୍‌ ଭାବେ ପରିଚାଳିତ ସେନେଇ ତଦନ୍ତ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login