ଭଦ୍ରକ : ବାଣ ଗୋଦାମରେ ବିସ୍ଫୋରଣ । ମୃତ୍ୟୁ ସଂଖ୍ୟା ୨ କୁ ବୃଦ୍ଧି । କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ଚାଲିଗଲା ଜୀବନ । ୭ ଆହତଙ୍କ ମଧ୍ୟରୁ କଟକ ସ୍ଥାନାନ୍ତର ହୋଇଥିଲେ ୨ ଗୁରୁତର । ଭଦ୍ରକ-ଚାନ୍ଦବାଲି ରାସ୍ତା ହଳଦୀଡିହରେ ବାଣ ବିସ୍ଫୋରଣ । ସୂଚନା ଅନୁସାରେ ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହରେ ଆଜି ଏକ ବାଣ ଗୋଦାମରେ କାମ ଚାଲିଥିଲା। ଏଠାରେ କାର୍ୟ୍ୟରତ ଲୋକେ ବାଣ ଭୁଡୁଥିଲେ। କୌଣସି କାରଣରୁ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ୭ ଜଣ ଲୋକ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରୁ ଏସ୍କେ ମୁସାରଫ୍ ଓ ରାତୋ ବିବିଙ୍କ ଅବସ୍ଥା ଗୁରୁତର ଥିଲା। ଉଭୟଙ୍କୁ ଚିକିତ୍ସା ପାଇଁ କଟକ ବଡ଼ଡ଼ାକ୍ତରଖାନା ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଆହତମାନଙ୍କର ଚିକିତ୍ସା ଜାରି ରହିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ। ପୁଲିସ ଏକ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ପଚରାଉଚୁରା କରୁଛି। ବାଣ କାରଖାନାର ଲାଇସେନ୍ସ ଥିଲା କି ଏହା ବେଆଇନ୍ ଭାବେ ପରିଚାଳିତ ସେନେଇ ତଦନ୍ତ ଜାରି ରହିଛି।
ବାଣ ବିସ୍ଫୋରଣ , ୨ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











