ବାଲେଶ୍ୱର ; ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଉଦ୍ୟମ ଘଟଣା । ବାଲେଶ୍ୱରରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ । କଲେଜ ମୁଖ୍ୟ ଫାଟକ ଆଗରେ ପ୍ରତିବାଦ ଓ ନାରାବାଜି । ଘଟଣାରେ କଲେଜ ଅଧକ୍ଷ ସମେତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡ଼ିତ ବ୍ୟକ୍ତିଙ୍କୁ ଗିରଫ କରିବାକୁ ବିଜେଡି ଦାବି କରିଛି । ଏହାସହ ଛାତ୍ରୀଙ୍କୁ ପେଟ୍ରୋଲ ଦେଲା କିଏ ,ଜୀବନ ହାରିବାକୁ କିଏ ପ୍ରବର୍ତ୍ତାଇ ଥିଲା । ଏ ନେଇ ତଦନ୍ତ ପାଇଁ ବିଜେଡ଼ି କହିଛି । ଅନ୍ୟପଟେ ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଏଫଏମ କଲେଜ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି । ତାଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ଜଳିଯାଇଛି । ନିର୍ୟାତନା ଅଭିଯୋଗରେ ନ୍ୟାୟ ନମିଳିବାରୁ ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଜୀବନ ହାରିବା ଉଦ୍ୟମ କରିଥିଲେ । ସଙ୍କଟାପନ୍ନ ଅବସ୍ଥାରେ ଏମସ ବର୍ଣ୍ଣ ୟୁନିଟରେ ତାଙ୍କର ଚିକିତ୍ସା ଚାଲିଛି । ୮ ଜଣିଆ ବିଶେଷଜ୍ଞ ଟିମ୍ ଚିକିତ୍ସା ପାଇଁ ନିୟୋଜିତ ଅଛନ୍ତି । ଆବଶ୍ୟକ ହେଲେ ତାଙ୍କୁ ଏୟାରଲିଫ୍ଟ କରାଯିବ ।
ବାଲେଶ୍ୱର ଏଫଏମ କଲେଜ ଘଟଣା : ବିଜେଡିର ବିକ୍ଷୋଭ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











