The Ultimate Managed Hosting Platform
ADVERTISEMENT

ବାଲେଶ୍ୱର ଦେଶର ସବୁଠୁ ଅଧିକ ପ୍ରଦୂଷିତ ସହର

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶାର ବାୟୁ ପ୍ରଦୂଷଣ ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି । ପ୍ରଦୂଷଣ ମାମଲାରେ ଓଡ଼ିଶାର କିଛି ସହର ଏବେ ଦେଶର ରାଜଧାନୀ ଦିଲ୍ଲୀକୁ ମଧ୍ୟ ପଛରେ ପକାଇ ଦେଇଛନ୍ତି । ଆଜି ପୂର୍ବାହ୍ନ ୧୧ଟା ସୁଦ୍ଧା ମିଳିଥିବା ବାୟୁ ମାନ ସୂଚକାଙ୍କ (AQI) ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ସ୍ଥାନ ପାଇଛନ୍ତି । ସବୁଠାରୁ ଆଶ୍ଚର୍ୟ୍ୟଜନକ ତଥ୍ୟ ହେଉଛି, ୩୩୬ ଇଛଓ ସହ ଓଡ଼ିଶାର ବାଲେଶ୍ଵର ଆଜି ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି । ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ଶିଳ୍ପ ସହର ତାଳଚେର, ଯେଉଁଠାରେ ଇଛଓ ୩୨୪ ରହିଛି । ସେହିପରି ୩୦୪ AQI ସହ ବାରିପଦା ସହର ଦେଶର ପଞ୍ଚମ ପ୍ରଦୂଷିତ ସହର ଭାବେ ଚିହ୍ନଟ ହୋଇଛି। ଏହି ତିନୋଟି ସହରରେ ବାୟୁର ମାନ ଅତି ଖରାପ ସ୍ତରରେ ରହିଛି, ଯାହା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପାଇଁ ଗୁରୁତର ବିପଦ ସୃଷ୍ଟି କରିପାରେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login