ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାହାନଗ ଗସ୍ତ କାର୍ୟ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେସନ୍ରେ ପହଞ୍ଚିଥିଲେ।ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି କେ ମିଶ୍ର ମଧ୍ୟ ଉପସ୍ଥିତ । ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍ଣରେ ଟ୍ରେନ୍ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୋଦୀଙ୍କ ଅଚାନକ ଓଡ଼ିଶା ଗସ୍ତ ପୂର୍ବରୁ ରେଳମନ୍ତ୍ରୀ ଅଶ୍ବିନୀ ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଗୁରୁତରମାନଙ୍କୁ ଭେଟିଥିଲେ।
କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ବାହାନଗାରେ ପ୍ରଧାନମନ୍ତ୍ରୀ ମୋଦୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆଜି ୧୨ ଘଣ୍ଟିଆ ରାଇଘର ବନ୍ଦ ଡାକରା
ଉମରକୋଟ : ଆଜି ୧୨ ଘଣ୍ଟିଆ ରାଇଘର ବନ୍ଦ ଡାକରା । ବନ୍ଦ ଡାକରା ଦେଇଛି ବିଜେଡି । ଧାନମଣ୍ଡିରେ ଅବ୍ୟବସ୍ଥା ନେଇ ବନ୍ଦ ଡାକରା ଦିଆଯାଇଛି...
ରାଜ୍ୟ ସ୍ତରୀୟ ବିକାଶ ବାହାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ସ୍ତରୀୟ ବିକାଶ ବାହାନର ଶୁଭାରମ୍ଭ । ଆଜିଠୁ ଜୁନ ୨୧ ଯାଏଁ ଗଡିବ ବିକାଶ ବାହାନ । ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ...
ୟୁଏଇକୁ ସିଧା ବିମାନ ସେବା ଆରମ୍ଭ
ଭୁବନେଶ୍ୱର : ଭୁବନେଶ୍ୱର ୟୁଏଇକୁ ସିଧା ବିମାନ ସେବା ଆରମ୍ଭ । ଭୁବନେଶ୍ୱର ଏୟାରପୋର୍ଟରୁ ଉଡାଣ ଭରିଲା ବିମାନ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା...
ବାଇକ ଦୁର୍ଘଟଣା ; ୨ ଗୁରୁତର
ଜଗତସିଂହପୁର : ବିଧାୟକଙ୍କ ଗାଡିରେ ପିଟି ହୋଇ ବାଇକ ଦୁର୍ଘଟଣା । ନାଉଗାଁ ଥାନା ଘୋଡାନ୍ସ ଛକରେ ବିଳମ୍ବିତ ରାତିରେ ଦୁର୍ଘଟଣା । ୨ ବାଇକ ଆରୋହୀ...