ଭୁବନେଶ୍ୱର : ଆସନ୍ତା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆଜି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି । ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ସହରର ବିଭିନ୍ନ ସ୍ଥାନରେ ପାନୀୟ ଜଳ ସେବା କେନ୍ଦ୍ର ଖୋଲାଯିବ । ଏହା ସହ ବୁଲା ଗାଈଗୋରୁ, କୁକୁର ତଥା ପଶୁପକ୍ଷୀଙ୍କ ପାଇଁ ମଧ୍ୟ ପାଣି ବ୍ୟବସ୍ଥା କରାଯିବ । ସମସ୍ତ ଡାକ୍ତରଖାନାରେ ସନଷ୍ଟ୍ରୋକରେ ଆକ୍ରାନ୍ତଙ୍କ ପାଇଁ ଶୀତତାପ ନିୟନ୍ତ୍ରିତ ସ୍ୱତନ୍ତ୍ର ରୁମ୍ ଓ ବେଡ୍, ଆବଶ୍ୟକ ମେଡିସିନ, ଓଆରଏସ୍ ଆଦି ମହଜୁଦ୍ ରଖିବା ପାଇଁ ସହରାଞ୍ଚଳ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପ୍ରତ୍ୟେକ ଅଙ୍ଗନଓ୍ୱାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା କରିବାକୁ କୁହାଯାଇଛି । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ କାମ ବନ୍ଦ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ବ୍ୟବସ୍ଥା କରିବେ ।
Views: 21