The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିଏମସି ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର: ପଞ୍ଚାୟତ ପରେ ଏବେ ପୌର ନିର୍ବାଚନ ଉପରେ ସମସ୍ତଙ୍କ ନଜର । ପୌର ନିର୍ବାଚନ ପାଇଁ ଆରମ୍ଭ ହୋଇସାରିଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ତେବେ ଏହାରି ଭିତରେ ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ମଧୁସ୍ମିତା ଆଚାର୍ଯ୍ୟ ହେଲେ କଂଗ୍ରେସର ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ । ଏନେଇ ପ୍ରେସ୍ ମିଟରେ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ ।

ସୂଚନା ଅନୁସାରେ ଆସନ୍ତା ମାର୍ଚ୍ଚ ୨୪ରେ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହେବ । ଚଳିତ ନିର୍ବାଚନରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ରହିଥିବା ବେଳେ ବ୍ରହ୍ମପୁର ଏବଂ ଭୁବନେଶ୍ବର ମହାନଗର ନିଗମର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଯାହାକୁ ନେଇ ମହିଳା ଆଶାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଭୁବନେଶ୍ୱରର ୬୭ଟି  ଓ୍ୱାର୍ଡ ଏବଂ ମେୟର ପଦବୀ ପାଇଁ ନିର୍ବାଚନ ଥିବାବେଳେ ଦୁଇଦିନରେ ୩୭୧ ଆଶାୟୀ କର୍ପୋରେଟର ପଦବୀ ପାଇଁ ଏବଂ ୮ ଜଣ ମେୟର ପଦବୀ ପାଇଁ ଫର୍ମ ନେଇଥିବା ଜଣାପଡ଼ିଛି । ତେବେ ଆଜି କଂଗ୍ରେସ ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିବା ପରେ ବିଜେପି ଓ ବିଜେଡି ସେମାନଙ୍କ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସହ ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିବାର ସମ୍ଭାବନା ମଧ୍ୟ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login