ଭୁବନେଶ୍ୱର : ହିତାଧିକାରୀଙ୍କୁ ମିଳିଲା ବିଏସ୍କେୱାଇ ନବୀନ କାର୍ଡ । ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଖୋର୍ଦ୍ଧା ଓ ସମ୍ବଲପୁରର ହିତାଧିକାରୀଙ୍କୁ ଏହି କାର୍ଡ ବଂଟନ କରାଯାଇଛି ।ରାଜ୍ୟର ପ୍ରତି ବ୍ଲକସ୍ତରରେ ୧୦୦ଟି ଲେଖାଏଁ କାର୍ଡ ବାଂଟିବାର ବ୍ୟବସ୍ଥା ହୋଇଛି । ଏହି କାର୍ଡ ପାଇଁ ବର୍ତମାନ ସୁଦ୍ଧା ୪ ଲକ୍ଷ ୮୧ ହଜାର ୪୮୧ ହିତାଧିକାରୀ ଆବେଦନ କରିଛନ୍ତି । ସେମାନଙ୍କ ଯାଂଚ ପ୍ରକ୍ରିୟା ଜାରି ରହିଛି । ଡିଆରଡିଏ ଅଧିକାରୀ ଚୟନ ହୋଇଥିବା ହିତାଧିକାରୀଙ୍କ ପରିଚୟପତ୍ର ଯାଂଚ କରିବା ପରେ କାର୍ଡ ବଂଟନ କରାଯାଉଛି ।
Views: 109











