ନୂଆପଡା : ନୂଆପଡା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି । ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ୱାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ସାମିଲ । ହି ଷ୍ଟାର ପ୍ରଚାରକ ତାଲିକାରେ ୧୬ ଜଣ ବିଧାୟକ ରହିଥିବାବେଳେ, ବରିଷ୍ଠ ବିଜେଡି ନେତୀ ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ମଧ୍ୟ ରହିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, କଟକର ନେତା ଦେବାଶିଷ ସାମନ୍ତରାୟ ଏହି ଷ୍ଟାର ପ୍ରଚାରକ ତାଲିକାରେ ନାହାଁନ୍ତି । ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ଲିଷ୍ଟରେ ସବୁଠୁ ଉପରେ ରହିଛନ୍ତି ନବୀନ ପଟ୍ଟନାୟକ । ନବୀନ ନିଜେ ନୂଆପଡ଼ା ଯାଇ ପ୍ରଚାର କରିବେ ବୋଲି ଜଣାପଡ଼ିଛି । ତାଙ୍କ ସହିତ ବିଜେଡିର ବିଧାୟକ ଏବଂ ନେତାମାନେ ମଧ୍ୟ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ୍ ମାଗିବେ ।
Views: 26