The Ultimate Managed Hosting Platform
ADVERTISEMENT

ବିଜେଡି ନେତା ରାଜା ଚକ୍ର ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ସ୍ୟୁ । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସୀ ଦୁର୍ନୀତି ମାମଲାରେ ଗିରଫ । ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି । ରାଜା ଚକ୍ରଙ୍କ ୪୨ଟି ବଡ ଗାଡି ଜବତ କରାଯାଇଛି । କେନ୍ଦୁଝରରେ ଥିବା ୨ ପ୍ଲାଣ୍ଟ ସିଜ କରାଯାଇଛି । ଆକାଉଣ୍ଟରେ ଥିବା ୨୫ ଲକ୍ଷ ଟଙ୍କା ଫ୍ରିଜ କରାଯାଇଛି । ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ପଲଟିକାଲ୍ ଲିଙ୍କ୍ ନେଇ ମଧ୍ୟ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ। ଆଜି ରାଜାଙ୍କୁ କୋର୍ଟଚାଲାଣ କରାଯିବ। ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅନିୟମିତତା ଘଟଣାରେ ଏସ୍ଟିଏଫ୍ ଓ ଇଓଡବ୍ଲ୍ୟୁ କିଛି ଦିନ ଧରି ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଏହି ଘଟଣାରେ ଗତ ଦୁଇଦିନ ଧରି ରାଜା ଚକ୍ରଙ୍କ ସହଯୋଗୀ ପ୍ରଭାତ ପଟ୍ଟନାୟକ ଓ ସୁଶାନ୍ତ ସାମଲଙ୍କୁ ଜେରା କରାଯାଇଥିଲା। ରାଜାଙ୍କ ଘର ଏବଂ କିଛି ବ୍ୟାବସାୟିକ ପ୍ରତିଷ୍ଠାନରେ ଚଢ଼ଉ ହୋଇଛି। କେନ୍ଦୁଝରସ୍ଥିତ ରାଜାଙ୍କ ଘରେ ଇଓଡବ୍ଲ୍ୟୁର ଜଣେ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ଗଠିତ ଟିମ୍ ଚଢ଼ଉ କରିବା ସହ ପରିବାର ସଦସ୍ୟଙ୍କୁ ପଚରାଉଚରା କରିଥିଲେ। ସେହିପରି କେନ୍ଦୁଝର ସହରରେ ଥିବା ଶଙ୍କର ମିନେରାଲ୍ ଅଫିସରେ ଚଢ଼ଉ କରାଯାଇ କାଗଜପତ୍ର ଯାଞ୍ଚ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login