ଭୁବନେଶ୍ୱର : ନୀଳଗିରିରୁ ଭୁବନେଶ୍ବର ଯାଏଁ ସରଗରମ ରାଜନୀତି। ଅଡୁଆରେ ବିଜେପିର ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ। ବ୍ୟକ୍ତିଗତ ପ୍ରସଙ୍ଗ କହି ଦୂରେଇଗଲେ ନଗର ଉନ୍ନୟନ ମନ୍ତ୍ରୀ । କିନ୍ତୁ ବିଜେଡିର ଜୋରଦାର ପ୍ରତିବାଦ। ଏବେ ଭାରି ଅଡୁଆରେ ପଡୁଛି ଶାସକ ଦଳ । କାହା ମୁହଁରେ ରହୁନି ବାଡବଡା । ବିଜେଡି ବାଲେଶ୍ୱର ସାଂସଦ ପାର୍ଥିନୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇଥିବା ନୀଳଗିରି ବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବିରେ ଶତାଧିକ ମହିଳା ନୀଳଗିରି ଥାନାରେ ତିନୋଟି ପୃଥକ ପୃଥକ ଅଭିଯୋଗ କରିଛନ୍ତି। ସନ୍ତୋଷଙ୍କ ନାମରେ ହାତୀ ଦାନ୍ତ ଚାଲାଣକାରୀଙ୍କୁ ସୁରକ୍ଷା ଦେବା ଭଳି ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତ ସିଂହାର। ଜବାବରେ ବିଧାୟକ ଖରାପ ଭାଷାରେ ଲେଖାଶ୍ରୀଙ୍କୁ ଇଙ୍ଗିତ କରିଥିଲେ । ଏହାର ପ୍ରତିବାଦରେ ବାଲେଶ୍ବର ବିଜୁ ମହିଳା ଜନତା ଦଳ ଏତଲା ଦେଇଥିବା ବେଳେ ଭୁବନେଶ୍ବର ମହିଳା ଥାନାରେ ବି ଏତଲା ଦାୟର କରିଛି ବିଜେଡି ।ରାଜନୀତିରେ ବ୍ୟକ୍ତିଗତ ଆକ୍ଷେପକୁ ଜୋରଦାର ସମାଲୋଚନା। କେବଳ ବିଜେଡି ନୁହେଁ, ନିଜ ଦଳର ନେତ୍ରୀ ମଧ୍ୟ ବିଧାୟକଙ୍କ ବ୍ୟବହାରକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।ସେପଟେ ନଗର ଉନ୍ନୟନ ମନ୍ତ୍ରୀ ସନ୍ତୋଷଙ୍କ ମନ୍ତବ୍ୟକୁ ବ୍ୟକ୍ତିଗତ ପ୍ରସଙ୍ଗ କହି ଏଡ଼ାଇଯିବାକୁ ଚେଷ୍ଟା କରିଛନ୍ତି।
ବିଜେଡି ନେତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଭାରି ପଡିଲା ନୀଳଗିରି ବିଧାୟକଙ୍କୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











