ଭୁବନେଶ୍ୱର : ବିଜେଡି ଛାଡିବା ନେଇ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା । ଅସୁସ୍ଥ ଥିଲା ବେଳେ ବିଜେଡି ପଚାରିଲା ନାହିଁ ବାପାଙ୍କୁ । ଯେଉଁ ନେତା ପାର୍ଟିରେ ଜୀବନ ସାରା ରହିଲେ , ତାଙ୍କୁ ନା ଫୋନ ନା ସହଯୋଗ । ବାପାଙ୍କ ଦଶାହ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ବି ମୋତେ ଡକା ଯାଇନଥିଲା । ମୁଁ ପୁଅ ହେଇ ବି ମୋତେ ସେମାନେ ଡାକି ନ ଥିଲେ । ଯେଉଁଥିପାଇଁ ମୁଁ ସେ ଦଳ ଛାଡିଲି । ବାପାଙ୍କ ସ୍ୱପ୍ନ ଥିଲା ଯେନୂଆପଡାକୁ ଏକ ନମ୍ବର କରିବା । ତେଣୁ ବାପାଙ୍କ ସ୍ୱପ୍ନ ପୂରଣ କରିବାକୁ ବିଜେପି ଆସିଲି । ବିଜେଡିରେ ଏହା ସମ୍ଭବ ହୋଇ ନ ଥାନ୍ତା କହିଲେ ଜୟ । ଏଣେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋର ବାପା ରାଜେନ୍ଦ୍ର ଢୋଲକିଆଙ୍କ ଏକାହଶାହରେ ଯୋଗ ଦେଇଥିଲେ। ଆମ ପରିବାରକୁ ସାନ୍ତ୍ବନା ଦେଇଛନ୍ତି। ଖାଲି ସେତିକି ନୁହେଁ ନୂଆପଡ଼ା ଦାୟିତ୍ବ ନିଜେ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ଯେଉଁଭଳି ସହୃଦୟତା ଦେଖାଇଛି, ବାପା ବିଜେଡି ରହି ଜୀବନ ଦେଇଥିଲେ ବି ତାହା ବିଜେଡି କରିନାହିଁ। ଏହି ସଭାରେ ବିଜେପିର ରାଷ୍ଟ୍୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।
ବିଜେଡି ବାପାଙ୍କୁ ପଚାରି ନ ଥିଲା ; ଜୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











