ଭୁବନେଶ୍ୱର : ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ୟ୍ୟକ୍ରମ ଚୂଡାନ୍ତ ହେବାକୁ ଯାଉଛି । ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ ନାମାଙ୍କନ ଭରି ଥିବାରୁ ଏମାନେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଆଜି ସନ୍ଧ୍ୟାରେ ନାଁ ଘୋଷଣା କରାଯିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ବିଜେଡି ପକ୍ଷରୁ ସୂଚନା କୁହାଯାଇଛି ।ଚତୁର୍ଥ ପର୍ୟ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି । ଆଉ ୭ ଜିଲ୍ଲା ପାଇଁ ନାମାଙ୍କନ ବାକି ରହିଛି । ଳ ପକ୍ଷରୁ କୁହାଯାଇଛି, ଏହାପରେ ପଞ୍ଚମ ପର୍ୟ୍ୟାୟରେ ଷ୍ଟେଟ କାଉନସିଲ ଓ ଷଷ୍ଠ ପର୍ୟ୍ୟାୟରେ ଷ୍ଟେଟ ଏକଜିକ୍ୟୁଟିଭ ନିର୍ବାଚନ ହେବ । ଯେଉଁଥିରେ ରାଜ୍ୟ ସଭାପତି ନିର୍ବାଚନ ହେବ । ଏହା ପରେ ଅନ୍ୟ ପଦ ପାଇଁ ନିର୍ବାଚନ ହେବା ସହ ବ୍ଲକ, ପୌର ସଭାପତି ନିର୍ବାଚନ ହେବ ।
Views: 35