ଭୁବନେଶ୍ୱର : ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ । ସେ କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ । ବିଜେଡିରୁ ଟିକେଟ୍ ନମିଳିବା ପରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଜ୍ୟୋତି ପାଣିଗ୍ରାହୀଙ୍କ ସହ ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ।ଏହା ସହ ବିଜେଡି ଛାଡି ନୂଆପଡ଼ାର ବହୁ ଯୁବ ନେତା ବିଜେପିରେ ସାମିଲ ହୋଇଛନ୍ତି । ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବସନ୍ତ ପଣ୍ଡାଙ୍କ ସହ ଅନେକ ନେତା ଉପସ୍ଥିତ ଥିଲେ ।
Views: 48