ଭୁବନେଶ୍ୱର : ଦରଦାମ ବୃଦ୍ଧି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ । ଗୃହରେ ମୁଲତବୀ ପ୍ରସ୍ତାବ ଆଣିଛି କଂଗ୍ରେସ । ଏ ନେଇ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଉତ୍ତରରେ ସେ କହିଛନ୍ତି ଦଳ ନେତା , ୧୩୩ ଜଣ ଖିଲାପକାରୀ ବ୍ୟବସାୟୀଙ୍କ ଉପରେ କାର୍ୟ୍ୟନୁଷ୍ଠାନ ନିଆଯାଇଛି । ଏଥିସହ ୧ ଲକ୍ଷ ୬୩ ହାଜର ୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି । ୧୨ ଜଣ ବ୍ୟବସାୟୀଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଛି । ତା ସହିତ ପ୍ରତି ଜିଲ୍ଲାରେ ଶୀତଳ ଭଣ୍ଡାର କରିବା ପାଇଁ ନିଷ୍ପତି ନିଆଯାଇଛି , ରାଜ୍ୟର ସବୁ ଜିଲ୍ଲାପାଳ ମାନଙ୍କୁ ବ୍ୟବସାୟୀମାନଙ୍କ ସହ ବୈଠକ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ମାନଙ୍କରେ ଗଚ୍ଛିତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଗହମ, ଡାଲି, ଆଳୁ, ପିଆଜ ଆଦିର ତଥ୍ୟ ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଓଡ଼ିଶା ଆଭ୍ୟନ୍ତରୀଣ ଉତ୍ପାଦନ ବ୍ୟତୀତ ଆନ୍ଧ୍ର, ୟୁପି, ମହାରାଷ୍ଟ୍ର, କର୍ଣ୍ଣାଟକ, ପଶ୍ଚିମବଙ୍ଗ ଭଳି ରାଜ୍ୟରୁ ଆଳୁ, ଡାଲି, ପିଆଜ, ଖାଇବା ତେଲ ଆଦି ଆମଦାନୀ କରୁଛି । ତେବେ ଦରଦାମ ବୃଦ୍ଧି ଏବେ ସାଧାରଣ ଲୋକଙ୍କୁ ଅସହ୍ୟ କଲାଣି । ଆଳୁକିଲୋ ପିଛା ୪୦-୫୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ବିନ୍ସ, ବାଇଗଣ, ପୋଟଳ, କୋବି , ବିଲାତି ଦର ଏବେ ଆକାଶ ଛୁଆଁ ହେଲାଣି ।
ବିଧାନସଭାରେ ଉଠିଲା ଦରବୃଦ୍ଧି ପ୍ରସଙ୍ଗ, ସରକାରଙ୍କୁ ଘେରିଲେ ବିରୋଧୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











