ଭୁବନେଶ୍ୱର : ପୁଣି ବିଧାନସଭାରେ ଶାସକ-ବିରାଧେୀ ମୁହାଁମୁହିଁରୁ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି । ପଏଣ୍ଟ ଅଫ ଅର୍ଡର ମାଗିଲା ବିରୋଧୀ ବିଜେଡି । ବିରୋଧୀ ଦଳ ନେତାଙ୍କୁ ଗିରଫ ଶବ୍ଦ ପ୍ରୋସିଡିଂରୁ ହଟାଇବା ଦାବି କଲା । ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ରିପୋର୍ଟର ଟେବୁଲରେ ଚଢିଲେ କଂଗ୍ରେସ ବିଧାୟକ ଦଳ ନେତା କାଡାମ । ବାଚସ୍ପତିଙ୍କ ମାଇକ ଉପାଡିବାକୁ ତାରା ବାହିନୀପତିଙ୍କ ଉଦ୍ୟମ । ଗୁରୁବାର ଗୃହରେ ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ ଉଦବେଗ ପ୍ରକାଶ କଲେ କଂଗ୍ରେସ ବିଧାୟକ ଦଳ ନେତା। ଏହି ପ୍ରକଳ୍ପ ଦ୍ଵାରା ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ଅଭିଯୋଗ କରି ବର୍ଷିଥିଲେ ରାମଚନ୍ଦ୍ର କାଡାମ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତି କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ । ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟଙ୍କ ହୋ ହାଲ୍ଲା କରିଥିଲେ । ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ଟାଣି ଦେଇଥିଲେ ବିଧାୟକ ତାରା ବାହିନୀପତି । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ୍ ଏବଂ ପରେ ୪ଟା ଯାଏଁ ମୁଲତବୀ ରଖିଥିଲେ ।
ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...