The Ultimate Managed Hosting Platform
ADVERTISEMENT

ବିଧାନସଭାରେ ସମ୍ବାଦିକଙ୍କୁ ମୋବାଇଲ ମନା

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ । ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଛି । ଏହାର ପ୍ରତିବାଦ କରିଛନ୍ତି ସାମ୍ବାଦିକ । ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ସାମ୍ବାଦିକ ।
ସୂଚନ ଅନୁସାରେ ମଙ୍ଗଳବାର ଦିନ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ । ଏହାପରେ ଆଜିର ଏ କଟକଣା ହେବା ଦ୍ୱାରା, ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login