ଭୁବନେଶ୍ୱର : ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ । ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଛି । ଏହାର ପ୍ରତିବାଦ କରିଛନ୍ତି ସାମ୍ବାଦିକ । ବିଧାନସଭା ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ସାମ୍ବାଦିକ ।
ସୂଚନ ଅନୁସାରେ ମଙ୍ଗଳବାର ଦିନ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ । ଏହାପରେ ଆଜିର ଏ କଟକଣା ହେବା ଦ୍ୱାରା, ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।
ବିଧାନସଭାରେ ସମ୍ବାଦିକଙ୍କୁ ମୋବାଇଲ ମନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











